ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟିଲା କାର୍‌: ଜଣେ ମୃତ, ୩ ଗୁରୁତର

ବାହାନଗା,୧୪।୯(ଡି.ଏନ.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଓଳିଆପାଟଣା ଠାରେ ଏକ କାର୍‌ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି। ଫଳରେ କାରରେ ଥିବା ୬ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦେଢ ବର୍ଷର ଝିଅ ଶିବାଙ୍ଗିନୀ ପଲେଇ ଥିବା ସୂଚନା ରହିଛି। ଘଟଣାସ୍ଥଳରେ ଶିଶୁଟିର ମୃତ୍ୟୁ ଘଟିଛି। ଅନ୍ୟପଟେ ସମସ୍ତ ଗୁରୁତର ଆହତଙ୍କୁ ବାଲେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ଆହତଙ୍କ ମଧ୍ୟରୁ ୬ ବର୍ଷର ପୁଅ ଜଗୁ ପ୍ରଧାନଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକକୁ ସ୍ଥାନାନ୍ତରିତ କରାଯାଇଛି। ସୂଚନାଯୋଗ୍ୟ, ପଣପଣା ଗଁାର ପ୍ରଫୁଲ୍ଲ ପଲେଇ ନିଜ କାର୍‌ରେ ପରିବାର ସହିତ ବାଲେଶ୍ବର ଯାଉଥିଲେ। ତେବେ ଜାତୀୟ ରାଜପଥ ଓଳିଆପଟଣା ଠାରେ ଦୁଇଟି ରାସ୍ତାର ପୋଲ ମଝିରେ କାର୍‌ଟି ୧୬ ଫୁଟ ତଳକୁ ଗାଡ଼ିଟି ଓଲଟିପଡିଥିଲା। ୪ଫୁଟ ପାଣିରେ କାରଟି ବୁଡ଼ିଯାଇଥିବା ବେଳେ ସ୍ଥାନୀୟ ଲୋକେ ସେମାନଙ୍କୁ ପାଣି ଭିତରୁ ଉଦ୍ଧାର କରିଥିଲେ। ସେମାନଙ୍କୁ ପ୍ରଥମେ ଖନ୍ତାପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରେ ବାଲେଶ୍ବରକୁ ସ୍ଥାନାନ୍ତରିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri