ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟାଟା ଏସି

ପାଟଣା,୩୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ଜଣଙ୍କ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଟାଟା ଏସି ଭୁବନେଶ୍ୱରରୁ ମୟୁରଭଞ୍ଜ ଜିଲାର ଜଶିପୁର ବଜାରକୁ ୱାସିଙ୍ଗ ମେସିନ ନେଇଯାଇଥିଲା। ତେବେ ଜଶିପୁରରୁ ଫେରୁଥିବା ବେଳେ ବୁଧବାର ବିଳମ୍ବିତ ରାତିରେ ସ୍ବାମ ବଡ଼ନାଲ ପୋଲ ନିକଟରେ ଗାଡିଟି ଭାରସାମ୍ୟ ହରାଇ ତଳକୁ ଖସିପଡ଼ିଥିଲା।

Share