ପାଟଣା,୧୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୋଧିରାମପଡ଼ା ଗ୍ରାମରେରେ ଭାଲୁ ଆକ୍ରମଣରେ ବୁଧବାର ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଘନଶ୍ୟାମ ମୁଣ୍ଡା। ଗୁରତର ଅବସ୍ଥାରେ ପ୍ରଥମେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରରିତ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଭୋରୁ ଘନଶ୍ୟାମ ଶୌଚ ହେବାକୁ ଯାଇଥିବା ବେଳେ ଦୁଇ ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ। ଭାଲୁ ଆକ୍ରମଣରେ ଘନଶ୍ୟାମଙ୍କ ଡାହାଣ କାନ୍ଧରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।