Advertisement

ଭିଜିଲାନ୍ସ ଜାଲରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି

ବୌଦ୍ଧ,୪।୧୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଚତୁର୍ଭୁଜ ଖମାରି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଖମାରି ଉକ୍ତ ବ୍ଲକର ନର୍ମଦା ଚଣ୍ଡିଆଙ୍କ ପେନ୍‌ସନ କରାଇଦେବା ଲାଗି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୌଦ୍ଧ ଜିଲା ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଲାଞ୍ଚ ଟଙ୍କାକୁ ଜବତ କରା ଯାଇଥିବା ବେଳେ ତାଙ୍କୁ ଗିରଫ କରାଯାଇଥିବା ଭିଜିଲାନ୍ସ ଡିଏସ୍‌ପି ରବିକାନ୍ତ ସୁନା ସୂଚନା ଦେଇଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share