ଭୁବନେଶ୍ୱର,୧୮।୧୧: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୁବାଷଙ୍କ ଭୁବନେଶ୍ୱର ଆଇଗିଣିଆରେ ଥିବା ଘର , ମଞ୍ଚେଶ୍ୱର ଥିବା ଘର, ବ୍ରହ୍ମପୁର ଖାରବେଳ ନଗରରେ ଥିବା ଭଡା ଘର ଓ ବ୍ରହ୍ମପୁର ଅଫିସରେ ଚଢାଉ ଜାରି ରହିଛି। ଚଢାଉରେ ୫ ଜଣ ଡିଏପି, ୭ ଜଣ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମକାରୀ ସାମିଲ ହୋଇଛନ୍ତି।