Advertisement

ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ

ରାଜନଗର,୧୯।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକା ଜାତୀୟ ଉଦ୍ୟାନରେ ଗୁରୁବାର ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହୋଇଛି। ରାଜନଗର ଡିଏଫ୍‌ଓ ବିକାଶ ରଞ୍ଜନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନତାରେ ଏହି ଗଣନା ଆରମ୍ଭ ହୋଇଛି। ଦୁଇଟି ଟିମ୍‌ରେ ୧୨ଜଣ କର୍ମଚାରୀ ଏଥିରେ ସାମିଲ ହୋଇଛନ୍ତି। ଏହି ଗଣନା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ଚଳିତ ବର୍ଷ ଅନେକ ଦେଶୀୟ ପକ୍ଷୀ ନୂଆ ଠିକଣାରେ ବସା ବନ୍ଧିଥିବା ଦେଖାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share