ଭୁବନ,୧୭ା୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ଭୁବନ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଭିଡ଼ ଜମାଇଛନ୍ତି । ସକାଳେ ସମସ୍ତ ନୀତିକାନ୍ତି ସରିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପହଣ୍ଡି କରି ସ୍ନାନମଣ୍ଡପରେ ବିଜେ କରାଯାଇଥିଲା। ଘଣ୍ଟ ଘଣ୍ଟା ମାର୍ଦ୍ଦଳ ଶବ୍ଦରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସ୍ନାନମଣ୍ଡପରେ ଦିନ ତମାମ ଶ୍ରଦ୍ଧାଳୁମାନଙ୍କ ଦର୍ଶନାର୍ଥେ ରଖାଯାଇଛି।