ଭୁବନେଶ୍ୱରରେ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି।
ପ୍ରକାଶ ଯେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଅଖିଳ ଭାରତୀୟ ମଣ୍ଡଳ କାର୍ଯ୍ୟକର୍ତ୍ତା ବୈଠକ ଆସନ୍ତା ଅକ୍ଟୋବର ୧୫ରୁ ୨୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଆର୍‌ଏସ୍‌ଏସ୍‌ ମୁଖ୍ୟ ଭାଗବତ ଏଥିରେ ଯୋଗ ଦେବେ। ସାମ୍ପ୍ରତିକ ପରିସ୍ଥିତିରେ ଆର୍‌ଏସ୍‌ଏସ୍‌ର ଏହି ବୈଠକକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।

Share