ଭୁବନେଶ୍ୱରରେ ଗଡ଼ିବନି ରଥ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)- କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବ। କେନ୍ଦ୍ର ସରକାର ଓ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ରାଜଧାନର ଇସ୍କନ ମନ୍ଦିର ସମେତ ଓୟୁଏଟି, କୋଳଥିଆ ଏବଂ ଜାଗମରା ଆଦି ସ୍ଥାନରେ ଥିବା ପ୍ରମୁଖ ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି।

Share