ଭୁବନେଶ୍ୱରରେ ପଜିଟିଭ, କବିସୂର୍ଯ୍ୟନଗରରେ ନେଗେଟିଭ

କବିସୂର୍ଯ୍ୟନଗର,୧୬ା୮(ଡି.ଏନ୍‌.ଏ.)- କବିସୂର୍ଯ୍ୟନଗରର ଜଣେ ବ୍ୟବସାୟୀଙ୍କ କୋଭିଡ୍‌-୧୯ ରିପୋର୍ଟ ଭୁବନେଶ୍ୱରରେ ପଜିଟିଭ ଆସିଥିବାବେଳେ କବିସୂର୍ଯ୍ୟନଗରରେ ନେଗେଟିଭ ଆସିଛି। ପରିବାରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି। ଯାହାକୁ ନେଇ ସମ୍ପୃକ୍ତ ବ୍ୟବସାୟୀ ଦ୍ୱନ୍ଦ୍ୱରେ ପଡିବା ସହ କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି। କବିସୂର୍ଯ୍ୟନଗର ରାଧାକୃଷ୍ଣ ସାହିର ବ୍ୟବସାୟୀ ବଂଶୀଧର ସେନାପତି ଗତ ୮ ରେ ଭୁବନେଶ୍ୱର ଏକ ଘରୋଇ କୋଭିଡ୍‌ ହସ୍ପିଟାଲରେ ସ୍ବାବ୍‌ ଟେଷ୍ଟ କରାଇଥିଲେ। ରିପୋର୍ଟ ପଜିଟିଭ ଆସିଥିଲା। ୧୨ ତାରିଖରେ ପରିବାରର ସମସ୍ତ ସଦସ୍ୟଙ୍କ ସହ ସେ କବିସୂର୍ଯ୍ୟନଗରରେ ଆଉଥରେ ପରୀକ୍ଷା କରାଇଥିଲେ। ସେଠାରେ ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ମାତ୍ର ପ୍ରାକ୍ତନ ଏନ୍‌ଏସି ଅଧ୍ୟକ୍ଷ ମନୋରଞ୍ଜନ ମହାପାତ୍ର ଓ ସ୍ବାସ୍ଥ୍ୟ ଅଧିକାରୀ ଡା. ସୁଶାନ୍ତ କୁମାରଙ୍କ ପରାମର୍ଶକ୍ରମେ ସେ ଶୀତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri