ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪ ଛୁଇଁଲା; ୭ ସୁସ୍ଥ, ଜଣେ ମୃତ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ତେବେ ଶନିବାର ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ହୋଇଥିବା ବେଳେ ୨ଜଣ ସୁନ୍ଦରଗଡ଼ ଏବଂ ଜଣେ କେନ୍ଦ୍ରାପଡ଼ାର ଅଛନ୍ତି। ଏନେଇ ରବିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସହ ତାଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ମଧ୍ୟ ସଂଗ୍ରହ କରାଯାଉଥିବା କୁହାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ କୋଭିଡ-୧୯ ଡାକ୍ତରଖାନାରେ ଏବେ ୪୧ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୧୨ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ମୋଟ ୫୪ଜଣଙ୍କ ମଧ୍ୟରୁ କେବଳ ରାଜଧାନୀରେ ୩୪ଜଣ ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।

Share