ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ମାମଲା : ପକ୍ଷ ଶୁଣିବାକୁ ଏନ୍‌ଏଚ୍‌ଆର୍‌ସିଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୩ା୯: ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ପାଇଁ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶ ଉପରେ ଗୁରୁବାର ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ଏନ୍‌ଏଚ୍‌ଆର୍‌ସିଙ୍କ ଏହି ନିର୍ଦ୍ଦେଶକୁ ବର୍ତ୍ତମାନ କାର୍ଯ୍ୟକାରୀ ନ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଜଷ୍ଟିସ୍‌ ସି.ଆର୍‌. ଦାଶଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଆଗାମୀ ୪ ସପ୍ତାହ ମଧ୍ୟରେ ଆପୋଲୋ ହସ୍ପିଟାଲ କର୍ତ୍ତୃପକ୍ଷ ଏନ୍‌ଏଚ୍‌ଆରସିଙ୍କ ନିକଟରେ ନିଜର ପକ୍ଷ ରଖିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଆପୋଲୋ କର୍ତ୍ତୃପକ୍ଷଙ୍କ ପକ୍ଷର ଶୁଣାଣି କରି ପୁନର୍ବାର ନିଷ୍ପତ୍ତି ନେବାକୁ ଏନ୍‌ଏଚ୍‌ଆରସିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ୨୦୧୩ରେ ଆପୋଲୋ ହସ୍ପିଟାଲ କର୍ତ୍ତୃପକ୍ଷ ରାଘବରାମ ଦୋରାଙ୍କ କିଡ୍‌ନୀ ପ୍ରତ୍ୟାରୋପଣ ପାଇଁ ରାଜ୍ୟ ସରକାରଙ୍କଠାରୁ ଏନ୍‌ଓସି ପାଇଥିଲେ। ଏଥିରେ ଜୟରାମ ଦୋରା ତାଙ୍କ କିଡ୍‌ନୀ ଦାନ କରିବେ ବୋଲି ଦର୍ଶାଯାଇଥିଲା। ମାତ୍ର ହସ୍ପିଟାଲ କର୍ତ୍ତୃପକ୍ଷ ଜୟରାମଙ୍କ ବଦଳରେ ଅନିଲ କୁମାର ସ୍ବାମୀଙ୍କ ଶରୀରରୁ କିଡ୍‌ନୀ କାଢ଼ି ନେଇ ରାଘବରାମଙ୍କ ଶରୀରରେ ପ୍ରତ୍ୟାରୋପଣ କରିଥିଲେ। ହସ୍ପିଟାଲ କର୍ତ୍ତୃପକ୍ଷ ବେଆଇନ ଭାବେ ଏଭଳି କରିଥିବା ନେଇ ୨୦୧୬ରେ ମାନବାଧିକାର କର୍ମୀ ଅଖଣ୍ଡ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ କରିଥିଲେ। ହସ୍ପିଟାଲ କର୍ତ୍ତୃପକ୍ଷ ଟ୍ରାନ୍ସପ୍ଲାଣ୍ଟେଶନ ଅଫ ହ୍ୟୁମ୍ୟାନ ଅର୍ଗାନ୍ସ ଆଣ୍ଡ ଟିସୁ ନିୟମ ୧୯୯୪ର ଉଲ୍ଲଂଘନ କରିଥିବା ନେଇ ଅଭିଯୋଗରେ ଦର୍ଶାଇବା ସହ ଏହି କିଡ୍‌ନୀ ପ୍ରତ୍ୟାରୋପଣ ବେଆଇନ ବୋଲି ଅଭିଯୋଗ କରିଥିଲେ। ଏହି ମାମଲାର ଶୁଣାଣି କରି ଏନ୍‌ଏଚ୍‌ଆର୍‌ସି ରବିବାର ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଜବାବ ତଲବ କରିଥିଲେ। ଏଥିସହ ହସ୍ପିଟାଲର ଲାଇସେନ୍ସ କାହିଁିକି ରଦ୍ଦ ନ ହେବ ସେ ସମ୍ପର୍କରେ କାରଣ ଦର୍ଶାଇବା ସହ ୪ସପ୍ତାହରେ ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ କହିଥିଲେ। ସେହିପରି ପୀଡ଼ିତ ଅନିଲଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏନ୍‌ଏଚ୍‌ଆର୍‌ସିଙ୍କ ଏହି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହସ୍ପିଟାଲ କର୍ତ୍ତୃପକ୍ଷ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ସୂର୍ଯ୍ୟପ୍ରସାଦ ମିଶ୍ର ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri