ଭେଣ୍ଟିଲେଟରରେ ସୁର ସାମ୍ରାଜ୍ଞୀ

ମୁମ୍ବାଇ,୧୨।୧୧: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କ ଶ୍ୱାସକ୍ରିୟାରେ ସଂକ୍ରମଣ ଯୋଗୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ସୋମବାର ତାଙ୍କୁ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ମଙ୍ଗଳବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି। ସୋମବାର ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।

Share