ଭୋଜିଖାଇ ଫେରୁଥିବା ବେଳେ ହାତୀ ଆକ୍ରମଣରେ ଜଣେ ମୃତ

କେନ୍ଦୁଝର, ୧୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୁଧିଆନାଳି ଗାଁରେ ହାତୀ ଆକ୍ରମଣରେ ଗୁରୁବାର ରାତିରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଭରତ ନାଏକ(୪୫)।
ପ୍ରକାଶ ଯେ, ରାତିରେ ଭରତ ଭୋଜି ଖାଇ ଘରକୁ ଫେରୁଥିବା ବେଳେ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ଗ୍ରାମବାସୀ ଭରତଙ୍କୁ ଉଦ୍ଧାରକରି ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଭରତଙ୍କୁ ମିଶାଇ ଜିଲାରେ ଗତ ୪ ଦିନରେ ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।