ମଙ୍ଗଳବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ, ୨୦।୫: ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଦିନ ୧୧ଟାରେ ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଜାହାନ ଆରା ବେଗମ।
ଏହି ରେଜଲ୍ଟ ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.in ଓ www.bseodisha.nic.in ରେ ଉପଲବ୍ଧ ହେବ। ଯେଉଁମାନଙ୍କ ପାଖରେ ଇଣ୍ଟରନେଟ୍‌ର ସୁବିଧା ନାହିଁ ସେମାନେ sms ମାଧ୍ୟମରେ ପରୀକ୍ଷା ଫଳ ଜାଣିପାରିବେ। ଏଥିପାଇଁ OR୧୦ ଲେଖି ରୋଲ୍‌ ନମ୍ବର ଟାଇପ୍‌କରି ୫୬୭୬୭୫୦କୁ ପଠାଇଲେ ରେଜଲ୍ଟ ଜାଣିପାରିବେ।

Share