ମଙ୍ଗଳବାର ଲକ୍‌ଡାଉନ୍‌କୁ ନେଇ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସକାଳ ୧୦ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏନେଇ ସେମାବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ମୋଦି ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଯାହା ଆସନ୍ତାକାଲି ଅର୍ଥାତ୍‌ ଏପ୍ରିଲ ୧୪ରେ ଶେଷ ହେବ। ତେବେ ଏହି ସମୟରେ ମୋଦି ଲକ୍‌ଡାଉନ୍‌କୁ ନେଇ ବଡ଼ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ସାରା ଦେଶରେ ଲକ୍‌ଡାଉନ୍‌ ଅବଧିକୁ ଆଉ ୨ସପ୍ତାହ ବୃଦ୍ଧି କରାଯିବ କି ନାହିଁ ସେନେଇ କଳ୍ପନା ଜଳ୍ପନା ଲାଗି ରହିଛି। ସୂଚନାଯୋଗ୍ୟ, ଗତ ସପ୍ତାହରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଥିଲେ। ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିବା ପାଇଁ ମୋଦିଙ୍କୁ ଏକ ପ୍ରସ୍ତାବ ଦେଇଥିଲେ।

Share