ମଣପୁରମ୍‌ ଡକାୟତି ମାମଲା: ସରିଲା ରିମାଣ୍ଡ, ଜେଲ ଗଲେ ମୁଖ୍ୟ ଅଭିଯୁକ୍ତ

ସମ୍ବଲପୁର,୮ା୪(ପ୍ରମୋଦ ବହିଦାର) ବହୁ ଚର୍ଚ୍ଚିତ ସମ୍ବଲପୁର ବୁଢ଼ାରଜାସ୍ଥିତ ମଣପୁରମ୍‌ ସୁନା ଋଣସଂସ୍ଥା ଡକାୟତି ମାମଲାର ମୁଖ୍ୟ ଅଭିଯୁକ୍ତ ସୁବୋଧ ସିଂ(୨୮)ଙ୍କ ରିମାଣ୍ଡ ଅବଧି ଶେଷ ହେବା ପରେ ଜେଲ ପଠାଇ ଦିଆଯାଇଛି। ୧୦ ଦିନିଆ ରିମାଣ୍ଡ ଶେଷ ହେବା ପରେ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିଲା। ଏହା ପରେ ତାଙ୍କୁ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରାଯାଇ ସ୍ଥାନୀୟ ମଣ୍ଡଳ ଜେଲ୍‌କୁ ପଠାଇ ଦିଆଯାଇଛି। ରିମାଣ୍ଡ ଅବିଧି ସମୟରେ ଲୁଟ୍‌ ଘଟଣା ସହ ସେ ସଂଶ୍ଲିଷ୍ଟ ଥିବା ଅନ୍ୟାନ୍ୟ ଆପରାଧିକ ମାମଲା ତଥା ତାଙ୍କ ସହିତ ଏଥିରେ ଆଉ କେଉଁମାନେ ସମ୍ପୃକ୍ତ ବିଷୟରେ ପୋଲିସ ପଚରାଉଚରା କରିଥିଲା। ପଚାରାଉଚରା ବେଳେ ତାଙ୍କଠାରୁ ପୋଲିସ ଅନେକ ଗୁରୁତ୍ୱପୂର୍ଣ୍ଣ ସୂଚନା ହସଲ କରିବାରେ ସକ୍ଷମ ହୋଇଥିବା କୁହାଯାଇଛି।

ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ୩ ତାରିଖ ସମ୍ବଲପୁର ସହରର ବ୍ୟସ୍ତବହୁଳ ବୁଢ଼ାରଜା ଅଞ୍ଚଳରେ ଥିବା ମଣପୁରମ ସୁନା ଋଣ ସଂସ୍ଥାରୁ ଡକାୟତମାନେ ସ୍ପଷ୍ଟ ଦିବାଲୋକରେ ବନ୍ଧୁକ ମୁନରେ ୩୦କେଜି ସୁନା ଓ ନଗଦ ପ୍ରାୟ ସାଢ଼େ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟି ନେଇ ଫେରାର ହୋଇ ଯାଇଥିଲେ। ଏହି ମାମାଲାରେ ତନାଘନା ଆରମ୍ଭ କରି ପୋଲିସ ପର୍ଯ୍ୟାୟକ୍ରମେ ମୁଖ୍ୟ ଅଭିଯୁକ୍ତ ସୁବୋଧ ସିଂଙ୍କ ସହିତ ମୋଟ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ମାତ୍ର ଏପର୍ଯ୍ୟନ୍ତ ସେମାନଙ୍କ ନିକଟରୁ ଲୁଟ୍‌ ସୁନା ଓ ଟଙ୍କା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri