ମଦନ ମୋହନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ଧର୍ମେନ୍ଦ୍ର କହିଲେ ‘ଭାଇଙ୍କ ଅକାଳ ବିୟୋଗ ଖବର ଶୁଣି ମର୍ମାହତ’

ଭୁବନେଶ୍ୱର,୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ବାଲେଶ୍ୱର ବିଧାୟକ ମଦନମୋହନଙ୍କ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଏହିଭଳି ଦୁଃଖ ସମୟରେ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରୁଛନ୍ତି ବୋଲି ସେ କହିଛନ୍ତି।

ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କହିଛନ୍ତି, ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତ ପ୍ରିୟ ମଙ୍ଗୁ ଭାଇଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସେ ମୋର ଭାଇ ଭଳି ଥିଲେ। ଅତ୍ୟନ୍ତ ଖୋଲା, ଅମାୟିକ ତଥା ଲୋକଙ୍କ ପାଇଁ ସମର୍ପିତ ଥିଲେ। ତାଙ୍କ ପୁଅଙ୍କ ସହ କଥା ହୋଇଛି। ଏଭଳି ଦାରୁଣ ଦୁଃଖ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଇ ପରିବାରକୁ ଅସୀମ ଧୌର୍ଯ୍ୟ ଓ ସାହସ ଦିଅନ୍ତୁ। ଅମର ଆତ୍ମାର ସଦ୍‌ଗତି କାମନା କରୁଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।

Share