ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ପୁରୁଷୋତ୍ତମପୁର(ଡି.ଏନ୍‌ଏ.)/ କବିସୂର୍ଯ୍ୟନଗର,୧୯ା୧୧- ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ ଖରିଡା ପଞ୍ଚାୟତ ବାଣନଈ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଦାବିନେଇ ସୋମବାର ମହିଳାମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ମହିଳାମାନେ ପୁରୁଷୋତ୍ତମପୁର-କବିସୂର୍ଯ୍ୟନଗର ମୁଖ୍ୟରାସ୍ତାକୁ ଅବରୋଧ କରି ଧାରଣାରେ ବସିଥିଲେ। ଫଳରେ ୨ ଘଣ୍ଟା ଗାଡି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇପଡିଥିଲା। ଖବରପାଇ କବିସୂର୍ଯ୍ୟନଗର ଥାନା ଅଧିକାରୀ ପ୍ରଭାତ ସାହୁ, ଏସଆଇ ସ୍ନେହାମଞ୍ଜରି ସାହୁ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିଥିଲେ। ଉକ୍ତ ସରକାରୀ ମଦ ଦୋକାନ ସମ୍ପର୍କରେ ଜିଲାପାଳଙ୍କୁ ଜଣାଇ ପଦକ୍ଷେପ ନିଆଯିବ ବୋଲି ଥାନା ଅଧିକାରୀ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଥିଲା।

Share