ମଧ୍ୟାହ୍ନଭୋଜନରେ ଛାତ୍ରୀଛାତ୍ରଙ୍କୁ ଦିଆଯାଉଛି ମୁଢ଼ି, ମିକ୍ସଚର

ଲୋଇସିଂହା,୧୮।୮(ଡି.ଏନ୍‌.ଏ.) : ସରକାର ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସସାଁ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ଶୁକ୍ରବାର ଭାତ ବଦଳରେ ମୁଢ଼ି ମିକ୍ସଚର ଦିଆଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୮୨ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏତେ ସଂଖ୍ୟକ ପିଲାଙ୍କ ପାଇଁ ମଧ୍ୟାହ୍ନଭୋଜନ ରୋଷେଇ ନ ହୋଇ କ’ଣ ପାଇଁ ମୁଢ଼ି ମିକ୍ସଚର ଦିଆଗଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।