ମହାକାଳପଡ଼ାରେ କାଳବୈଶାଖୀ: ଜଣେ ମୃତ, ଜଳିଗଲା ୪ ବଖରା

ମହାକାଳପଡ଼ା.୧୮.୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ଘଡ଼ଘଡି ଓ ବଜ୍ରପାତ ହୋଇଛି। ଏଥିରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମହାକାଳପଡ଼ା ବ୍ଲକ ଅଧୀନ ନାଞ୍ଜୁର ପଞ୍ଚାୟତ ଭୋପାଳ(ଓସ୍ତିଆ) ଗ୍ରାମର ନିତ୍ୟାନନ୍ଦ ଦାସ(୪୦)। ନିତ୍ୟାନନ୍ଦ ଧାନ ତଳି ପକାଇବା ପାଇଁ ବିଲକୁ ଯାଇଥିବା ବେଳେ ଏହି ଅଘଟଣା ଘଟିଥିବା ଜଣାପଡ଼ିଛି। ଖବର ପାଇଁ ବ୍ଲକ ଅଧ୍ୟକ୍ଷା ସସ୍ମିତା ବରାଳ ପହଞ୍ଚିି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ମୁଖ୍ୟ ମେଡିକାଲକୁ ପଠାଯାଇଛି। ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।
ସେହିପରି କାଳବୈଶାଖୀରେ ସ୍ଥାନୀୟ ବଉଳକଣି ପଞ୍ଚାୟତ ଆମ୍ବବେଲାରୀ ଗ୍ରାମର ମାନୁ ମଣ୍ଡଳଙ୍କ ୪ ବଖରା ଘର ଜଳିଯାଇଛି। ମହାକାଳପଡ଼ା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ବ୍ଲକ ବିଡିଓ ରମେଶ ଚନ୍ଦ୍ର ସେଠୀ କ୍ଷତିଗ୍ରସ୍ତ ପରିବାରକୁ ତଦନ୍ତ ପରେ ସରକାରୀ ନିୟମ ଅନୁସାରେ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri