Categories: ଜାତୀୟ

ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ, ୨।୧୦: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଆଜି ୧୫୦ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବୁଧବାର ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଗାନ୍ଧୀଙ୍କ ସମାଧିସ୍ଥଳ ରାଜଘାଟରେ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ମୋଦି ଗୁଜରାଟର ସାବରମତି ଆଶ୍ରମ ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ସେଠାରେ ସେ ଦେଶକୁ ଖୋଲାରେ ଶୌଚ ମୁକ୍ତ ଘୋଷଣା କରିବେ।

Share