ମହାରାଷ୍ଟ୍ରରେ କରୋନା ନେଲାଣି ୩୦୧ ମୁଣ୍ଡ

ମୁମ୍ବାଇ,୨୫।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏବେ ଏହା ଏକ ପ୍ରକାର ଅଣାୟତ୍ତ ହୋଇ ପଡିଲାଣି ବୋଲି କୁହାଯାଉଛି। ପ୍ରତିଦିନ ଏଠାରେ ଶହ ଶହ ସଂଖ୍ୟାରେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଶନିବାର ସକାଳ ସୁଦ୍ଧା ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୬,୮୧୭ରେ। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ମହାରାଷ୍ଟ୍ରରେ ଏବେ ପର୍ଯ୍ୟନ୍ତ ୩୦୧ କରୋନା ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ହେଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ୩୯୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୧୮ ଜଣଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪,୫୦୬ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୮,୬୬୮ ଜଣଙ୍କ ଚିକିତ୍ସା ଚାଲିଛି। ୫,୦୬୩ ଜଣ ସୁସ୍ଥ ହୋଇଥିବା ବେଳେ ୭୭୫ ଜଣଙ୍କ ମୃତ୍ୟୁ ହୋଇଥିବା କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ।

Share