ମହାରାଷ୍ଟ୍ରରେ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୨,୯୪୦ କରୋନା ସଂକ୍ରମିତ

ମୁମ୍ବାଇ,୨୨।୫: କରୋନା ଭାଇରସ ସଂକ୍ରମଣ କ୍ଷେତ୍ରରେ ମହାରାଷ୍ଟ୍ରର ସ୍ଥିତି ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଦିନକରେ ଏଠାରେ ସର୍ବାଧିକ ୨,୯୪୦ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଏବେ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏହାକୁ ନେଇ ଏବେ ମହାରାଷ୍ଟ୍ରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୪,୫୮୨ରେ ପହଞ୍ଚିଛି। ସୂଚନାଯୋଗ୍ୟ, ଏବେ ଦେଶରେ କରୋନା ସଂକ୍ରମିତଙ୍କ ମୋଟ ସଂଖ୍ୟା ୧,୧୮,୪୪୭ ଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ ସଂକ୍ରମିତ ରହିଛନ୍ତି।

Share