Posted inଖେଳ

ମହିଳା ଚ୍ୟାଲେଞ୍ଜର ଟ୍ରଫି ଖରାପ ପାଗ ଯୋଗୁ ଆଶଙ୍କାରେ ପ୍ରଥମ ମ୍ୟାଚ

କଟକ ଅଫିସ,୪ା୧-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି ଶନିବାରଠାରୁ ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ ଦିବସରେ ଇଣ୍ଡିଆ-ଏ ଓ ଇଣ୍ଡିଆ-ବି ମଧ୍ୟରେ ମ୍ୟାଚ୍‌ ପାଇଁ କାର୍ଯ୍ୟସୂଚୀ ରହିଛି। ତେବେ ଅଦିନିଆ ବର୍ଷା ସହିତ ଖରାପ ଆଲୋକ ଯୋଗୁଁ ଏହି ମ୍ୟାଚ୍‌ ଖେଳାଯିବ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆଉଟଫିଲ୍ଡରେ ପାଣି ଜମି ରହିଥିବା ବେଳେ ପିଚ୍‌କୁ ଘୋଡାଇ ରଖାଯାଇଛି। ଶୁକ୍ରବାର ପୂର୍ବାହ୍ନରେ ଉଭୟ ଦଳ ବାରବାଟୀ ଷ୍ଟାଡିୟମକୁ ଅଭ୍ୟାସ ନିମନ୍ତେ ଆସିଥିଲେ। ହେଲେ ପାଗ ଖରାପ ରହିବା ଫଳରେ ଉଭୟ ଦଳର ଖେଳାଳି ଅଭ୍ୟାସ ଠିକ ଭାବେ କରି ପାରି ନାହାନ୍ତି। ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଇଣ୍ଡିଆ-ଏ ଦଳ ଓ ସ୍ମୃତି ମାନ୍ଧାନାଙ୍କ ନେତୃତ୍ୱାଧୀନ ଇଣ୍ଡିଆ-ବି ଦଳ ଦିନ ୧୧ଟାରେ ପହଞ୍ଚିଥିଲେ। ହରମନପ୍ରୀତଙ୍କ ଦଳ ପ୍ରଥମେ ଅଭ୍ୟାସ ପାଇଁ ପଡ଼ିଆକୁ ଓହ୍ଲାଇଥିଲେ। ପରେ ସ୍ମୃତି ମାନ୍ଧାନାଙ୍କ ଦଳ ଅଭ୍ୟାସ କରିଥିଲା। ସ୍ମୃତିଙ୍କ ଦଳରେ ଓଡ଼ିଆ ଖେଳାଳି ସୁଶ୍ରୀ ଦିବଦର୍ଶିନୀ ରହିଛନ୍ତି। ଅଭ୍ୟାସ କରି ନପାରି ୨ଟି ଯାକ ଦଳ କେବଳ ଓ୍ବାର୍ମଅପ୍‌ କରି ଦିନ ପ୍ରାୟ ୨ଟା ବେଳେ ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ...

ଜଣାପଡ଼ିଲା କେଉଁ ଫୋନ ବ୍ୟବହାର କରୁଛନ୍ତି ବିରାଟ କୋହଲି, ଜାଣନ୍ତୁ ଏହାର ମୂଲ୍ୟ

ନୂଆଦିଲ୍ଲୀ,୧୩।୪: ଭାରତୀୟ କ୍ରିକେଟ ଟିମ୍‌ର ଷ୍ଟାର ଖେଳାଳି ବିରାଟ କୋହଲି କେବଳ ତାଙ୍କର ଚମତ୍କାର ଖେଳ ପାଇଁ ନୁହେଁ ବରଂ ତାଙ୍କର ଜୀବନଶୈଳୀ ଏବଂ ଗ୍ୟାଜେଟ...

ମିଳିଲା ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ଉଦଳା,୧୩।୪: ମୟୂରଭଞ୍ଜ ଜିଲା ଶାଳଖୁଣ୍ଟା ସ୍ଥିତ ଆଶ୍ରମ ବିଦ୍ୟାଳୟରୁ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବିଦ୍ୟାଳୟରୁ ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା...

ଏପ୍ରିଲ ୧୫ ରୁ ଜୁନ୍ ୧୪ ଯାଏ ସମୁଦ୍ରରେ ମାଛଧରା ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର

ଚେନ୍ନାଇ,୧୩।୪: ସାମୁଦ୍ରିକ ସମ୍ପଦ ସଂରକ୍ଷଣ ଏବଂ ଅଣ୍ଡାଦାନ ଋତୁରେ ମାଛ ପ୍ରଜନନକୁ ସୁରକ୍ଷା ଦେବା ପାଇଁ ଲକ୍ଷ୍ୟରେ ରଖି ରାଜ୍ୟ ସରକାର ସମୁଦ୍ରରେ ମାଛଧରା ଉପରେ...

୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି...

ଶ୍ରମିକଙ୍କୁ ଲେବର କାର୍ଡ ବଣ୍ଟନ କଲେ ବିଧାୟକ, ଏଣିକି ମିଳିବ ଏସବୁ ସୁବିଧା

କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନରୁ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ପଞ୍ଚାୟତର ବ୍ୟକ୍ତି ସେମାନେ ଲେବର କାର୍ଡ ପାଇବାରୁ ବଞ୍ଚିତ ହୋଇଥିଲେ। ଯାହା ଫଳରେ...

ବିବାହର ପ୍ରତିଶ୍ରୁତି ଦେଇ ମହିଳା ଡାକ୍ତରଙ୍କୁ ବଳାତ୍କାର ଅଭିଯୋଗ; IPS ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ

ନାଗପୁର,୧୩।୪: ମହାରାଷ୍ଟ୍ରର ନାଗପୁରରେ ମହିଳା ଡାକ୍ତରଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ୩୦ ବର୍ଷୀୟ IPS ଅଧିକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ...

NIA କଷ୍ଟଡିରେ କେମିତି କଟୁଛି ରାଣାଙ୍କ ଦିନ? କରୁଛନ୍ତି ମାତ୍ର ୩ଟି ଜିନିଷ ଡିମାଣ୍ଡ

ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ ଜାତୀୟ ତଦନ୍ତ ସଂସ୍ଥା (NIA) ର ହେପାଜତରେ ତହଉର ରାଣା କିପରି ଦିନ ବିତାଉଛନ୍ତି, ଏହା ଏପରି ଏକ ପ୍ରଶ୍ନ ଯାହା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image