Categories: ଜାତୀୟ

ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀରରେ ଆଶାନ୍ତି ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ବୁଧବାର ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ କୁପଓ୍ବାରା ଜିଲାର କେତେକ ଅଞ୍ଚଳ ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ସ୍ଥାନୀୟ ମାଛିଲ ସେକ୍ଟରରେ ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନରେ ଜଣେ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାର ଜବାବ୍‌ରେ ଭାରତୀୟ ସେନା ପକ୍ଷରୁ ପାଲଟା ଗୁଳିଗୋଳା ମାଡ଼ କରାଯାଇଥିବା କୁହାଯାଉଛି।

Share