ମାଟ୍ରିକ୍‌ ପରୀକ୍ଷା ଆରମ୍ଭ: ୫ ଲକ୍ଷ ୬୦ ହଜାର ୯୦୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ସକାଳୁ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକୁ ପ୍ରଶ୍ନପତ୍ର ପହଞ୍ଚି ସାରିଥିବାବେଳେ ସକାଳ ୯ଟା ୨୦ରେ ପରୀକ୍ଷା କେନ୍ଦ୍ରର ଗେଟ ଖୋଲାଯାଇ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ର ଭିତରକୁ ଛଡ଼ାଯାଇଛି। ଦିନ ୧୦ଟାରେ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମେ ୧୦ଟାରୁ ୧୧ଟା ଯାଏ ସଂକ୍ଷିପ୍ତ ପ୍ରଶ୍ନର ଉତ୍ତର ଲେଖିବେ ଛାତ୍ରଛାତ୍ରୀ। ଏହାପରେ ଦିନ ୧୧ଟାରେ ଦୀର୍ଘ ଉତ୍ତରମୂଳକ ପ୍ରଶ୍ନର ସିଲ ଖୋଲାଯିବ। ଏହି ପରୀକ୍ଷା ସାଢେ ୧୨ଟା ଯାଏ ଚାଲିବ।
ଚଳିତବର୍ଷ ମୋଟ ୫ ଲକ୍ଷ ୬୦ ହଜାର ୯୦୫ ଜଣ ଛାତ୍ରୀଛାତ୍ର ୨ ହଜାର ୮ଶହ ୮୮କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି। ପ୍ରଶ୍ନପତ୍ର ରଖିବା ପାଇଁ ୩୦୭ଟି ନୋଡାଲ ସେଣ୍ଟର କରାଯାଇଛି। ୧୦୦୦ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିଛି।

Share