ମାଲକାନଗିରିରେ ବନ୍ୟା ପରିସ୍ଥିତି: କ୍ଷୟକ୍ଷତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ବୁଧବାର ମାଲକାନଗିରି ଗସ୍ତରେ ଯାଇ ବନ୍ୟା ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଗତ ୪ ଦିନ ଧରି ଲଗାଣ ବର୍ଷାରେ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ, ରାଜସ୍ବ ମନ୍ତ୍ରୀ ସ୍ଥାନୀୟ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବନ୍ୟାଜନିତ କ୍ଷୟକ୍ଷତିର ଆକଳନ କରିବା ସହ ପୀଡ଼ିତଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ସମ୍ଭାବ୍ୟ ବନ୍ୟା ପ୍ରଭାବିତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇଥିଲେ।

Share