ମିଳିଲାନି ମୃତ ଯୁବକଙ୍କ ପରିଚୟ: ସ୍ବେଚ୍ଛାସେବୀ କଲେ ଶବଦାହ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଜୁନାନୀ ଜଙ୍ଗଳରୁ ଗତ ୧୦ତାରିଖ ଜଣେ ଅଜଣା ଯୁବକଙ୍କ ମୃତଦେହ ମିଳିଥିଲା। ଅତାବିରା ଥାନା ପୋଲିସ ମୃତଦେହ ଜବତ କରି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ରଖିଥିଲା। ତେବେ ସୋମବାର ପୂର୍ବାହ୍ନ ସୁଦ୍ଧା ମୃତକଙ୍କ ପରିଚୟ ମିଳି ପାରି ନ ଥିଲା କିମ୍ବା ମୃତଦେହ ନେବା ପାଇଁ କେହି ଦାବିଦାର ଆସି ନ ଥିଲେ। ଫଳରେ ଶବ ସଂସ୍କାର ପାଇଁ ଅତାବିରା ପୋଲିସ ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରକୁ ଅନୁରୋଧ କରିଥିଲା। ଏହାପରେ ସଂକଳ୍ପ ପରିବାରର ସମ୍ପାଦକ ଜି.ରମେଶ, ଅନନ୍ତ ଚରଣ ସାହୁ, ଚିନ୍ମୟ ପାଣ୍ଡେ, ଶେଷଦେବ ପଧାନ, ନୀଲେଶ ପଧାନ ପ୍ରମୁଖ ଅତାବିରା ପୋଲିସ ଉପସ୍ଥିତିରେ ସ୍ଥାନୀୟ ପିପଲମୁଣ୍ଡା ସ୍ବର୍ଗଦ୍ୱାରରେ ସସମ୍ମାନେ ଶବ ସତ୍କାର କରିଥିଲେ।

ସୂଚନା ଅନୁଯାୟୀ, ଗତ ୧୭ତାରିଖ ବନବିଭାଗ କର୍ମଚାରୀମାନେ ହୀରାକୁଦ ବନ୍ୟପ୍ରାଣୀ ବିଭାଗ ଅଞ୍ଚଳରେ ରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଜୁନାନୀ ଜଙ୍ଗଲ ମଧ୍ୟରେ ଯୁବକର ମୃତଦେହ ପଡିରହିଥିବା ଦେଖିବାକୁ ପାଇଥିଲେ। ମୃତ ଯୁବକର ବୟସ ଆନୁମାନିକ ୩୦ରୁ ୪୦ବର୍ଷ ହେବ। ବନ ବିଭାଗଠାରୁ ଖବର ପାଇ ଅତାବିରା ଥାନା କର୍ମଚାରୀ ଘଟଣା ସ୍ଥଳକୁ ପହଁଞ୍ଚି ମୃତ ଶବକୁ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା (ନଂ-୩/୨୫) ରୁଜୁ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri