ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୩।୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନ କେନ୍ଦୁଝର ଗସ୍ତରେ ଆସି ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ସହ ଆଲୋଚନା କରିଛନ୍ତି। ଡାକ୍ତରଖାନାର ସମସ୍ତ ଓ୍ବାର୍ଡ ବୁଲିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ତାଙ୍କ ସହିତ ପ୍ରମୁଖ ଶାସନ ସଚିବ ସୁରେଶ ମହାପାତ୍ର, ସ୍ବାସ୍ଥ୍ୟ ନିର୍ଦ୍ଦେଶକ ପ୍ରମୋଦ ମେହେର୍ଦ୍ଦା, ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତଙ୍କ ସମେତ ଜିଲାପାଳ ଆଶିଷ ଥାକ୍‌ରେ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।