ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କଲେ ସରପଞ୍ଚ

ଭଦ୍ରକ ଅଫିସ,୬ା୪: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଦୋସିଙ୍ଗା ସରପଞ୍ଚ ମୁଜିବୁର ରହେମାନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ଏକ ଚେକ୍‌ ପ୍ରଦାନ କରିଛନ୍ତି। ସେହିଭଳି ଚାନ୍ଦବାଲି ବ୍ଲକ ପୂର୍ବତନ ଅଧ୍ୟକ୍ଷ ଜୟନ୍ତ କୁମାର ବେହେରା ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି।