ବରଗଡ଼ ଅଫିସ୍,୩୧।୩-ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଏ ନେଇ ବ୍ୟାଙ୍କର ମୁଖ୍ୟ ନିର୍ବାହୀ ଗୁରୁକୃଷ୍ଣ ଦାଶ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ଚେକ୍ ପ୍ରଦାନ କରିଛନ୍ତି । କରୋନା ମୁକାବିଲା ପାଇଁ ଆର୍ଥିକ ସାହାଯ୍ୟ ଉଦ୍ଦେଶ୍ୟରେ ତାହା ଜିଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।