ବୌଦ୍ଧ,୧୧।୧୦(ସ୍ବ.ପ୍ର.): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ବୌଦ୍ଧ ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ଫୁଲବାଣୀରୁ ଏରୋପ୍ଲେନ୍ ଯୋଗେ ଆସି ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ପରେ ଆର୍ଟିଓଙ୍କ ଅଫିସ ବୁଲି ଦେଖିବା ସହ ଜନସାଧାରଣଙ୍କଠାରୁ ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ପରେ ଆହାର କେନ୍ଦ୍ରରେ ଖାଦ୍ୟର ମାନ ପରଖିବାକୁ ଯାଇ ଖାଦ୍ୟ ଖାଇଥିଲେ। ଏହି ସମୟରେ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ସମେତ ଜିଲାସ୍ତରୀୟ ଉଚ୍ଚ ଅଧିକାରୀ ଯୋଗଦେଇଥିଲେ। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା।