ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୫୨ ହଜାର: ୫୬ ଲକ୍ଷରୁ ଅଧିକ ସଂକ୍ରମିତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୬ ଲକ୍ଷ ୮୬ ହଜାର ୨୮୨ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୨ ହଜାର ୨୨୭ ରହିଛି। ୨୪ ଲକ୍ଷ ୩୦ ହଜାର ୭୮୮ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଓ୍ବାଲର୍‌ଡ ମିଟର ରିପୋର୍ଟରେ ପ୍ରକାଶ ପାଇଛି। ଆମେରିକାରେ ସଂକ୍ରମିତଙ୍କ ସଂଖ୍ୟା ୧୭ ଲକ୍ଷ ୨୫ ହଜାର ୨୭୫ ଥିବାବେଳେ ମୃତକଙ୍କ ସଂଖ୍ୟା ଲକ୍ଷେ ୫୭୨ ଛୁଇଁଛି। ବ୍ରାଜିଲ୍‌ରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୯୪ ହଜାର ୫୦୭ ରହିଥିବାବେଳେ ମୃତକଙ୍କ ସଂଖ୍ୟା ୨୪ ହଜାର ୫୯୩ ରହିଛି। ସେହିପରି ରୁଷ୍‌ରେ ୩ ଲକ୍ଷ ୮୩ ହଜାର ୩୩୯ ସଂକ୍ରମିତ ହୋଇଛନ୍ତି। ଏଠାରେ ମୃତକଙ୍କ ସଂଖ୍ୟା ୩,୮୦୭ ରହିିଛି। ସ୍ପେନ୍‌ରେ ୨ଲକ୍ଷ ୮୧ ହଜାର ୯୦୪ ସଂକ୍ରମିତ ହୋଇଛନ୍ତି। ଏଠାରେ କରୋନା ସଂକ୍ରମଣରେ ୨୭ ହଜାର ୧୧୭ ଜଣଙ୍କ ଜୀବନ ଯାଇଛି। ବ୍ରିଟେନରେ ମୋଟ ୨ ଲକ୍ଷ ୬୫ ହଜାର ୨୨୭ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୩୭ ହଜାର ୪୮ ରହିଛି। ଇଟାଲିରେ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୩୦ ହଜାର ୫୫୫ ରହିଛି। ଏଠାରେ କରୋନା ସଂକ୍ରମଣରେ ୩୨ ହଜାର ୯୫୫ ଜଣଙ୍କର ମୃତ୍ୟୁ ଘଟିଛି। ଫ୍ରାନ୍ସ୍‌ରେ ମୋଟ ଲକ୍ଷେ ୮୨ ହଜାର ୭୨୨ ଜଣ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ଏଠାରେ ୨୮ ହଜାର ୫୩୦ ରହିଛି।

Share