Categories: ଜାତୀୟ

ମୃତ ଶ୍ରମିକଙ୍କ ପରିବାରଙ୍କ ପାଇଁ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା: ଦୁର୍ଘଟଣାକୁ ନେଇ ଶୋକପ୍ରକାଶ କଲେ ମୋଦି

ଭୋପାଳ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରେ ଶୁକ୍ରବାର ସକାଳେ ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯିବାରୁ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାର ତଦନ୍ତ ପାଇଁ ରେଳମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଉକ୍ତ ମୃତ ଶ୍ରମିକ ମଧ୍ୟପ୍ରଦେଶର ହୋଇଥିବା ବେଳେ ଏହି ଦୁର୍ଘଟଣାରେ ଭୋପାଳ ମୁଖ୍ୟମନ୍ତ୍ରୀ ଶିବାରାଜ ସିଂହ ଚୌହାନ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତ ଶ୍ରମିକଙ୍କ ପରିବାରବର୍ଗଙ୍କ ପାଇଁ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ସେହିପରି ରେଳମନ୍ତ୍ରୀଙ୍କ ସହ ଶିବରାଜ ଆଲୋଚନା କରି ଆହତଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଔରାଙ୍ଗାବାଦ ଦୁର୍ଘଟଣାରେ ଶୋକ ପ୍ରକାଶ କରି ଟୁଇଟ କରିଛନ୍ତି। ଏଥିସହ କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋଏଲଙ୍କ ସହ ଆଲୋଚନା କରି ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ପାଇଁ ମୋଦି ନିର୍ଦ୍ଦେଶ ଦେଇଛନ୍ତି।

Share