କୋରାପୁଟ,୧୮।୪(ସ୍ବ.ପ୍ର.): କୋରାପୁଟ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ୧୧ ବର୍ଷର ଝିଅ ହଠାତ୍ ନିଖୋଜ ହେବା ସହ ପରଦିନ ଉଦ୍ଧାର ହୋଇଥିଲା। ତାଙ୍କୁ ନେଇଯାଇଥିବା ଅଭିଯୁକ୍ତ ଜଣଙ୍କୁ ମଙ୍ଗଳବାର ସହରବାସୀ କାବୁକରି ଟାଉନଥାନା ଜିମା ଦେଇଛନ୍ତି। ଅଭିଯୁକ୍ତଙ୍କ ଘର ଗୁଣପୁର ଅଞ୍ଚଳ। ଛୋଟ ପିଲାଙ୍କୁ ଚୋରି କରି ବାହାରେ ବିକ୍ରି କରିବା ରାକେଟରେ ସମ୍ପୃକ୍ତି ରହିଥିବା ସନ୍ଦେହ କରି ଅଟକ ବ୍ୟକ୍ତିଙ୍କୁ ଜେରା କରୁଛି ପୋଲିସ।
ସୂଚନା ଅନୁଯାୟୀ, ଗତ ୧୧ ତାରିଖରେ କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲର କର୍କଟ ରୋଗ ବିଭାଗରୁ ଜଣେ ନାବାଳିକା ନିଖୋଜ ହୋଇଥିବା ନେଇ ତାଙ୍କ ବାପା ଯୋଗେନ୍ଦ୍ର ଟାକ୍ରୀ ଟାଉନ ଥାନାରେ ଏତଲା ଦେଇଥିଲେ। ସେହିଦିନ ବାପା ସୁବାସ ଖରା ହସପିଟାଲରେ ଭର୍ତ୍ତି ହୋଇଥିବା ଯୋଗୁଁ ଯୋଗେନ୍ଦ୍ର ଓ ତାଙ୍କ ଝିଅ ସେଠାରେ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ସେହି ବିଭାଗକୁ ଆସି ମୋବାଇଲ ଚାର୍ଜ କରିବା ଆଳରେ ‘ବେହେରା ଡାକ୍ତର ମେଡିସିନ ଲେଖିଛନ୍ତି, ଚାଲ ନେଇକି ଆସିବା’ ବୋଲି କହି ନାବାଳିକା ଜଣଙ୍କୁ ନେଇଯାଇଥିବା ଯୋଗେନ୍ଦ୍ରଙ୍କ ସ୍ତ୍ରୀ ମଙ୍ଗଳଦେଇ ଖରା କହଛନ୍ତି। ପରେ ଝିଅକୁ ଖୋଜାଖୋଜି କରିବା ପରେ ନ ମିଳିବାରୁ ଯୋଗେନ୍ଦ୍ର ଟାଉନ ଥାନାରେ ଏତଲା ଦେଇଥିଲେ। ତେବେ ୧୨ ତାରିଖ ସକାଳେ କୋରାପୁଟ ଷ୍ଟେସନରୁ ତାଙ୍କ ନାବାଳିକା କନ୍ୟା ଉଦ୍ଧାର ହୋଇଥିଲା। ନାବାଳିକାଙ୍କଠାରୁ ଘଟଣା ସଂପର୍କରେ ସବୁ ଶୁଣିବା ପରେ ଉକ୍ତ ବ୍ୟକ୍ତି ଜଣଙ୍କ କେଉଁ ଉଦ୍ଦେଶ୍ୟରେ ତାଙ୍କୁ ନେଇଥିଲା, ତାହାର ତଦନ୍ତ ଚଳାଇଥିଲା ପୋଲିସ। ମଙ୍ଗଳବାର ବିଳମ୍ବିତ ରାତିରେ ନାବାଳିକାଙ୍କୁ ନେଇଥିବା ବ୍ୟକ୍ତି ଜଣକ କୋରାପୁଟ ମେଡିକାଲ ଅଞ୍ଚଳରେ ବୁଲୁଥିବା ଜଣାପଡ଼ିବା ପରେ ସ୍ଥାନୀୟ ଯୁବକଙ୍କ ସହାୟତାରେ ତାଙ୍କୁ କାବୁକରି ମାଡ଼ ମରାଯାଇଥିଲା। ଏହାପରେ ତାଙ୍କୁ ପୋଲିସ ଜିମା ଦିଆଯାଇଥିଲା। ପୋଲିସ ଉକ୍ତ ବ୍ୟକ୍ତି ଜଣଙ୍କୁ ଅଟକ ରଖି ଜେରା କରୁଛି।

ପୋଲିସ ପଞ୍ଝାରେ ଗଞ୍ଜେଇ ମାଫିଆ, ୬୬୦ କେଜି ଗଞ୍ଜେଇ ଜବତ, ୬ ଗିରଫ
ରାୟଗଡ଼ା,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଟାଉନ ଥାନା ପୋଲିସ ପଞ୍ଝାରେ ଧରା ପଡ଼ିଲେ ଗଞ୍ଜେଇ ମାଫିଆ। ପୋଲିସ ପାଟ୍ରୋଲିଂ ସମୟରେ ଏହି ଗଞ୍ଜେଇ ଜବତ ହୋଇଛି।...

ଶିଶୁକୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ ନାବାଳକ
ରାୟଗଡ଼ା,୧୪ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନିକଟସ୍ଥ ଝୁଲା ପୋଲ ବୁଲିବାକୁ ଆସିଥିବା ଜଣେ ୧୭ ବର୍ଷୀୟ ନାବାଳକ ନାଗାବଳୀ ନଦୀରେ ବୁଡ଼ଯାଇଛନ୍ତି। ମୃତକ ଜଣକ...

ଅନ୍ଲାଇନ ଗେମ୍ରୁ ଜୀବନ ହାରିଲେ ଛାତ୍ରୀ
ରାୟଗଡ଼ା,୧୩।୩: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅନ୍ଲାଇନ ଗେମ୍ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ
ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ଗୋଲାପ ଚାଷ ଦେଖିଲେ କେନ୍ଦ୍ରୀୟ ଟିମ୍
ରାମନାଗୁଡ଼ା,୧୦।୩ (ସଞ୍ଜୟ ପ୍ରଧାନ): କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ଅଭିଯାନର ଏକ ଟିମ୍ ସୋମବାର ରାୟଗଡ଼ା ଜଲା ରାମନାଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି।...

ଆମ୍ବୁଲାନ୍ସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍; ଅଳ୍ପକେ ବଞ୍ଚିଗଲା ରୋଗୀଙ୍କ ସମେତ ୮ ଜଣଙ୍କ ଜୀବନ
ରାୟଗଡା,୧୦।୩: ସୋମବାର ରାୟଗଡା ଜିଲା କାଣିପାଇ ନିକଟରେ ରେଳପଥ ପାର ହେଉଥିବା ସମୟରେ ଏକ ମାଲବାହୀ ଟ୍ରେନ୍ ଏକ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଆମ୍ବୁଲାନ୍ସଟି ରାୟଗଡ଼ାର...

ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, ଭୁବନେଶ୍ୱର ଏୟାରଲିଫ୍ଟ
ରାୟଗଡ଼ା/ମୁନିଗୁଡ଼ା,୬।୩(ଆଶିଷ ରଞ୍ଜନ ପଣ୍ଡା/ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନଠାରେ ଗୁରୁବାର ଚଳନ୍ତା ଟ୍ରେନ୍ରୁ ଖସି ପଡି ଜଣେ ବିଏସଏଫ୍ ଯବାନ ଗୁରୁତର...

କାଲି ଟ୍ରଲର ଆଜି ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ, ଯାତାୟତ ବାଧାପ୍ରାପ୍ତ
ରାୟଗଡ଼ା,୨୭।୨(ଆଶିଷ ରଞ୍ଜନ ପଣ୍ଡା): ଲୋକଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିବା ସହିତ ଦିନକୁ ଦିନ ବିପଦଜନକ ହୋଇପଡିଛି ରାୟଗଡ଼ା – କୋରାପୁଟ ୩୨୬ ନଂ...