Categories: ଜାତୀୟ

ମୋଦିଙ୍କୁ ଭେଟିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ମୋଦିଙ୍କ ସହ ଏହା ତାଙ୍କର ପ୍ରଥମ ସାକ୍ଷାତ୍‌କାର ହେବ। ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ଦଙ୍ଗାକୁ ନେଇ କେଜରିଓ୍ବାଲ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି କୁହାଯାଉଛି। ସଂସଦରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ସାକ୍ଷାତ୍‌କାର ହେବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଗତ ସପ୍ତାହରେ ଦିଲ୍ଲୀରେ ଉପୁଜିଥିବା ଦଙ୍ଗାରେ ଏପର୍ଯ୍ୟନ୍ତ ୪୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ଏବେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share