ମୋଦିଙ୍କ ସହିତ ଆଲୋଚନାରେ ସାମିଲ୍‌ ହେଲେନି କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଭିଡ଼ିଓ କନଫରେନ୍ସିଂରେ ଲକ୍‌ଡାଉନ୍‌ ନେଇ ଆଲୋଚନା କରିଛନ୍ତି। ଏହି ଅବସରରେ କରୋନା ସଂକ୍ରମଣ ଉପରେ ମଧ୍ୟ ବିସ୍ତୃତ ଚର୍ଚ୍ଚା ହୋଇଛି। ତେବେ ଏହି ଆଲୋଚନାରେ କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ ଯୋଗ ଦେଇ ନ ଥିଲେ। ଏଥିରେ ଯୋଗଦେବା ଜରୁରୀ ମନେ ହୋଇ ନ ଥିବାରୁ ସେ ଏଭଳି କରିଥିବା କହିଛନ୍ତି। ତାଙ୍କ ପକ୍ଷରୁ ରାଜ୍ୟର ମୁଖ୍ୟ ସଚିବ ଏହି ଆଲୋଚନାରେ ଯୋଗଦେଇଛନ୍ତି। ସୂଚନାଯୋଗ୍ୟ, କେରଳରେ ସୋମବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୪୫୮ ରହିଛି। ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ୩୦୦ରୁ ଅଧିକ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Share