Posted inଜାତୀୟ

ମୋଦି ନେତା, ରାଜନାଥ ଉପନେତା

ନୂଆଦିଲ୍ଲୀ,୧୩ା୬(ପି.ଟି.): ଭାଜପା ସଂସଦୀୟ ଦଳ କାର୍ଯ୍ୟକାରିଣୀ କମିଟି ବୁଧବାର ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାରେ ଏହାର ନେତା ହୋଇଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କୁ ଉପନେତା ନିଯୁକ୍ତ କରାଯାଇଛି। ସେହିପରି ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଥାଓ୍ବର ଚାନ୍ଦ୍‌ ଗେହଲଟଙ୍କୁ ନେତା ଏବଂ ପୀୟୂଷ ଗୋୟଲଙ୍କୁ ଉପନେତା ନିଯୁକ୍ତ କରାଯାଇଛି। ପୂର୍ବରୁ ରାଜ୍ୟ ସଭାରେ ନେତା ଥିବା ଅରୁଣ ଜେଟ୍‌ଲୀ ସ୍ବାସ୍ଥ୍ୟଗତ କାରଣରୁ ଏଥିରୁ ଅବ୍ୟାହତି ନେବାକୁ ଅନୁରୋଧ କରିଥିଲେ। ଭାଜପା ସଂସଦୀୟ କାର୍ଯ୍ୟକାରିଣୀ କମିଟିରେ ୩ ଜଣ ଓଡିଆ ଏମ୍‌ପିଙ୍କୁ ନିଆଯାଇଛି। ସେମାନେ ହେଲେ ସୁରେଶ ପୂଜାରୀ, ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ୍‌ ଓରାମ। ବରଗଡ଼ ଏମ୍‌ପି ପୂଜାରୀଙ୍କୁ ଲୋକ ସଭାରେ ଓଡିଶା, ମଣିପୁର ଏବଂ ତେଲେଙ୍ଗାନା ପାଇଁ ହୁଇପ୍‌ ନିଯୁକ୍ତ କରାଯାଇଛି। ସେହିପରି ଜୁଏଲ୍‌ ଲୋକ ସଭାରୁ ଏବଂ ଧର୍ମେନ୍ଦ୍ର ରାଜ୍ୟ ସଭାରୁ ସଂସଦୀୟ କମିଟିରେ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି।
ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ଭାଜପା ସଂସଦୀୟ ଦଳ କାର୍ଯ୍ୟକାରିଣୀ କମିଟିରେ ସ୍ଥାନ ଦିଆଯାଇଛି। ସଞ୍ଜୟ ଜୟସ୍ବାଲଙ୍କୁ ମୁଖ୍ୟ ହୁଇପ୍‌ ନିଯୁକ୍ତ କରାଯିବା ସହ ପ୍ରଥମ ଥର ଲାଗି ୩ ମହିଳା ଏମ୍‌ପିଙ୍କୁ ହୁଇପ୍‌ ନିଯୁକ୍ତ କରାଯାଇଛି। ଏହାବ୍ୟତୀତ ୧୫ ଜଣ ଲୋକ ସଭାରେ ହୁଇପ୍‌ ନିଯୁକ୍ତ ହୋଇଛନ୍ତି। ଲୋକ ସଭାରୁ ଭାଜପା ସଂସଦୀୟ ଦଳ କାର୍ଯ୍ୟକାରିଣୀରେ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନୀତିନ ଗଡକରୀ, ରବିଶଙ୍କର ପ୍ରସାଦ, ଅର୍ଜୁନ ମୁଣ୍ଡା, ନରେନ୍ଦ୍ର ସିଂ ତୋମରଙ୍କୁ ନିଆଯାଇଥିବାବେଳେ ରାଜ୍ୟ ସଭାରୁ ଜେ.ପି. ନଡ୍ଡା, ଓମ୍‌ପ୍ରକାଶ ମାଥୁର, ନିର୍ମଳା ସୀତାରାମନ ଏବଂ ପ୍ରକାଶ ଜାଭଡେକରଙ୍କୁ ନିମନ୍ତ୍ରିତ ସଦସ୍ୟ ରଖାଯାଇଛି। ସାଧାରଣ ସମ୍ପାଦକ କୈଳାସ ବିଜୟଭର୍ଗୀୟଙ୍କୁ ଦଳର ସଂସଦୀୟ କାର୍ଯ୍ୟାଳୟ ପ୍ରଭାରୀ ଏବଂ ବାଲସୁବ୍ରମଣ୍ୟମ୍‌ କୁମାରସୁଙ୍କୁ ସଚିବ ଭାବେ ପୁନଃ ନିର୍ବାଚିତ କରାଯାଇଛି। ବରିଷ୍ଠ ନେତା ଲାଲ୍‌କୃଷ୍ଣ ଆଡଭାନୀ ଏବଂ ମୁରଲୀ ମନୋହର ଜୋଷୀ ଏମ୍‌ପି ନ ଥିବାରୁ ପ୍ରଥମ ଥର ଲାଗି ସେମାନଙ୍କୁ କମିଟିରେ ସ୍ଥାନ ମିଳିନାହିଁ। ସେହିପରି ଅରୁଣ ଜେଟ୍‌ଲୀ ଏବଂ ସୁଷମା ସ୍ବରାଜ ମଧ୍ୟ କମିଟିରେ ନାହାନ୍ତି। ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ୧୬ ତାରିଖରେ ଭାଜପା ସଂସଦୀୟ କାର୍ଯ୍ୟକାରିଣୀ କମିଟିର ପ୍ରଥମ ବୈଠକ ବସିବ। ଏହା ବ୍ୟତୀତ ସେହିଦିନ ସରକାର ଏକ ସର୍ବଦଳୀୟ ବୈଠକ ମଧ୍ୟ ଡାକିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟ ବିଚାରପତିଙ୍କ ଉପରେ ବର୍ଷିଲେ ସିଜେଆଇ ଚନ୍ଦ୍ରଚୂଡ, କହିଲେ ଭାରତର କୌଣସି ବି ଅଞ୍ଚଳକୁ ‘ପାକିସ୍ତାନ’ କହିପାରିବେ ନାହିଁ…

ନୂଆଦିଲ୍ଲୀ,୨୫।୯: ନିକଟରେ ହୋଇଥିବା ଏକ ଶୁଣାଣି ସମୟରେ ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି ସମ୍ବୋଧନ କରି ବିବାଦୀୟ ମନ୍ତବ୍ୟ ଦେଇଥବା କର୍ନାଟକ ହାଇକୋର୍ଟର ବିଚାରପତି...

ଭରତପୁର ଘଟଣାକୁ ନେଇ ମୁହାଁମୁହିଁ ହେଲେ ପୂର୍ବତନ ସେନା ମୁଖ୍ୟ ଓ ସିବିଆଇ ଅଧିକାରୀ, ଟାର୍ଗେଟରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ପୁରା ଜାତୀୟ ରାଜନୀତି ଉଠୁଛି ପଡୁଛି। ମେଜରଙ୍କ ବାନ୍ଧବୀଙ୍କୁ ଥାନାରେ ଯୌନ ନିର୍ଯ୍ୟାତନା ଦେବା...

‘କବଚ ୪.୦’ ଟ୍ରାଏଲ ରନ୍‌ ଯାଞ୍ଚ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ,୨୫।୯: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୱାଇ ମାଧୋପୁରରେ ଅଟୋମେଟିକ ଟ୍ରେନ ସୁରକ୍ଷା ସିଷ୍ଟମ କବଚ ୪.୦ର ଟ୍ରାଏଲ ରନ କରିଛନ୍ତି। ସୱାଇ ମାଧୋପୁର ଏବଂ...

ମହିଳା ଭଡ଼ାଟିଆଙ୍କ ପାଇଖାନା, ବେଡ୍‌ରୁମ୍‌ରେ ଗୁପ୍ତ କ୍ୟାମେରା ଲଗାଇଥିଲେ ମାଲିକଙ୍କ ପୁଅ: ଆଉ ତା’ପରେ…

ନୂଆଦିଲ୍ଲୀ,୨୫ା୯:ମହିଳା ଭଡ଼ାଟିଆଙ୍କ ଭିଡିଓ ପ୍ରସ୍ତୁତ କରିବାକୁ ତାଙ୍କ ବେଡ୍‌ରୁମ୍‌ ଓ ପାଇଖାନାରେ ଦିଲ୍ଲୀ ଶାକରପୁର ଅଞ୍ଚଳର ଜଣେ ୩୦ ବର୍ଷୀୟ ଯୁବକ ଗୋପନରେ ସ୍ପାଏ କ୍ୟାମେରା...

୧୦ ମାସର ଶିଶୁକୁ ବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର

ଭାରୁଚ,୨୫ା୯:ଗୁଜରାଟର ଭାରୁଚ୍‌ ଜିଲାରେ ରବିବାର ଆଉ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜିଲାର ପାନୋଲି ଗ୍ରାମରେ ଏକ ୧୦ମାସର ଶିଶୁଙ୍କୁ ବଳାତ୍କାର କରାଯାଇଛି। ପିଲାଟି ଘର...

କଙ୍ଗନାଙ୍କ ୟୁ-ଟର୍ନ: ଚାପ ବଢିବାରୁ ବଦଳାଇଲେ ମତ

ନୂଆଦିଲ୍ଲୀ,୨୫।୯: ବଲିଉଡ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ‘କୃଷି ଆଇନ ଫେରାଇ ଆଣିବା’ ବିବୃତ୍ତିରୁ ଭାଜପା ନିଜକୁ ଦୂରେଇ ରଖିଛି। ଭାଜପା ମୁଖପାତ୍ର ଗୌରବ...

ଆଜି କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୫ ଲକ୍ଷ ଭୋଟର

ଶ୍ରୀନଗର,୨୫ା୯ (ପି.ଟି.):ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ବୁଧବାର ଅନୁଷ୍ଠିତ ହେବାକୁ ଯାଉଛି। ୫ ଜିଲାର ୨୬ ଆସନରେ ୨୫ ଲକ୍ଷ ମତଦାତା ୨୩୯...

ସିଦ୍ଧି ବିନାୟକଙ୍କ ପ୍ରସାଦରେ ମୂଷା

ମୁମ୍ବାଇ, ୨୫ା୯:ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରରେ ଭକ୍ତଙ୍କୁ ଦିଆଯାଉଥିବା ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାକୁ ନେଇ ବିବାଦ ଥମି ନ ଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri