Advertisement

ମୟୂରଭଞ୍ଜକୁ ଛୁଇଁଲା କରୋନା: ଜିଲାରେ ୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୫(ବ୍ୟୁରୋ): ମୟୂରଭଞ୍ଜକୁ ଛୁଇଁଲା କରୋନା। ପ୍ରଥମ ଥର ପାଇଁ ଗୁରୁବାର ଜିଲାରେ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଏବେ ରାଜ୍ୟର ୧୮ ଜିଲା କୋଭିଡ-୧୯ କବଳକୁ ଆସିଛି।

ପ୍ରକାଶ ଯେ, ରାଜ୍ୟରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରେ ୧୪୨ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ୨ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୨୦ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share