ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ୍‌: ୩୬ ମୃତ

ବେଜିଂ,୨୯।୯: ଚାଇନାର ପୂର୍ବ ଜିଆଙ୍ଗ୍‌ସୁ ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୩୬ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛିଏକ୍ସପ୍ରେସ୍‌ ଓ୍ବେରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଟ୍ରକ୍‌ ଧକ୍କା ଦେବାରୁ ଏଭଳି ଘଟିଛି। ବସ୍‌ରେ ୬୯ ଜଣ ଯାତ୍ରୀ ଥିଲେ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।

Share