ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ପାପଡ଼ାହାଣ୍ଡି,୧୫।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମୃଗବିହାର ନିକଟରେ ଶନିବାର ଏକ ଘରୋଇ ବସ୍‌ ଦୁର୍ଘଟଣା ଘଟିଛି। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତାହତଙ୍କ ପରିଚୟ ମିଳିନାହିଁ। ବସ୍‌ ଜଗା କାଳିଆ (ଓଡି-୧୦ସି-୧୧୧୪ ) ଜୟପୁରରୁ ପାପଡାହାଣ୍ଡି ଯାଉଥିବା ସମୟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଖବର ପାଇ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚି ଉଦ୍ଧାର ଓ ତଦନ୍ତ କାର୍ଯ୍ୟ ଜାରି ରଖିଛନ୍ତି। ନବରଙ୍ଗପୁର ଆରକ୍ଷୀ ଅଧୀକ୍ଷକ ନୀତିନ କୁଶାଲକର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ମୃତକଙ୍କ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି। ବସ ସାମ୍ନାକୁ ଏକ ଗୋରୁ ଚାଲି ଆସିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

Share