Categories: ଜାତୀୟ

ଯାହାର ରାଜ୍ୟପାଳ ତାହାର ସରକାର: ଅଖିଳେଶ ଯାଦବ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାତିକ ମଧ୍ୟରେ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏହାକୁ ନେଇ ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ଏଥିରେ ଆଶ୍ଚର୍ଯ୍ୟ ହେବାର କୌଣସି କାରଣ ନାହିଁ। ଯାହାର ରାଜ୍ୟପାଳ ତାହାର ସରକାର ହେବା ସ୍ବାଭାବିକ ବୋଲି ସେ କହିଛନ୍ତି। ମହାରାଷ୍ଟ୍ରରେ ସରକାର ଗଠନ ଲାଗି ଭାଜପା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରିବାକୁ ମଧ୍ୟ ପଛାଇ ନ ଥିବା ସେ ଅଭିଯୋଗ କରିଛନ୍ତି।

Share