ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ପୁରୁଷୋତ୍ତମପୁର,୧।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା କଇଠଡା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ କଇଠଡାର ଡାକ୍ତର ପ୍ରଧାନ (୪୦)।
ଡାକ୍ତର ରାତିରେ ଗାଁ ମଣ୍ଡପରେ ବସି ଲୋକଙ୍କ ସହ କଥା ହେଉଥିବାବେଳେ ଗ୍ରାମର ଜଣେ ଯୁବକ ହଠାତ୍‌ ଆସି ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। କେଉଁ କାରଣରୁ ସେ ଆକ୍ରମଣ କଲେ ତାହା ଜଣା ପଡିନାହିଁ। ଖବରପାଇ ପୁରୁଷୋତ୍ତମପୁର ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ ଘଟଣା ସ୍ଥଳକୁ ଯାଇ ପଚରାଉଚୁରା ଚଳାଇଛନ୍ତି। ଖବର ଲେଖାହେବା ସୁଦ୍ଧା ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ ସୂତ୍ରରୁ ପ୍ରକାଶ।

Share