Advertisement

ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ,୮।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ବଜାରରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ପାବୁରିଆ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ସଚ୍ଚିଦାନନ୍ଦ ନାୟକ (୪୨)। ତାଙ୍କ ଶରୀରର ବିଭିନ୍ନ ସ୍ଥାନକୁ କୌଣସି ଅସ୍ତ୍ରରେ ହଣାଯାଇଥିବା ଦେଖାଯାଇଛି। ଏପରିକି ତାଙ୍କର ଗୋଟିଏ ହାତ କାଟି ଅନ୍ୟତ୍ର ପକାଯାଇଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଖବରପାଇ ଜି.ଉଦୟଗିରି ଏସ୍‌ଡିପିଓ ଜୟକୃଷ୍ଣ ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ସାରଙ୍ଗଡ଼ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share