Advertisement
Categories: ରାୟଗଡା

ଯୁବକଙ୍କୁ ହତ୍ୟା

ବୌଦ୍ଧ,୨୨ା୪(ସ୍ବ.ପ୍ର.) : ବୌଦ୍ଧ ଜିଲା ବଡ଼ବାଗବର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋରରୁ ବଡ଼ବାଗବର ଗ୍ରାମର ରାଜେଶ ଜେନା(୨୨)ଙ୍କୁ ଗ୍ରାମର କିଛି ଯୁବକ ପଥରରେ ତାଙ୍କ ମୁହଁକୁ ଛେଚି ହତ୍ୟା କରିଛନ୍ତି। ହତ୍ୟାକାଣ୍ଡର କୌଣସି ସୁରାକ ମିଳି ନ ଥିବାବେଳେ ଏହା ପ୍ରେମଜନିତ ବୋଲି ଅନୁମାନ କରାଯାଉଛି। ଘଟଣା ସମ୍ପର୍କରେ ବୌଦ୍ଧ ପୋଲିସ ତଦନ୍ତ ଆରମ୍ଭ କରିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel