ଯୁବକଙ୍କ ତଣ୍ଟି କାଟିବା ପରେ ପଥରରେ ଛେଚି ହତ୍ୟା

ବଣାଇଁ,୧୯।୧୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ଗୁରୁବାର ସକାଳେ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ମିଳିବା ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ମୃତ ଯୁବକ ହେଲେ ଅନିଲ ମୁଣ୍ଡା ଓ ତାଙ୍କ ଘର ବଣାଇଁ ସହରରେ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ମଦ ବୋତଲ, ସିଝା ଅଣ୍ଡା, ହତ୍ୟାରେ ବ୍ୟବହୃତ ବ୍ଲେଡ୍‌ ଓ ପଥର ପୋଲିସ ଜବତ କରିଛି। ଏଥିସହ ରାଉରକେଲାରୁ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ମାଗିଛି ପୋଲିସ। ଘଟଣାର ଅଧିକ ତଦନ୍ତ ଜାରି ରହିଛି।

Share