Categories: ମେଟ୍ରୋ

ଯୁବକଙ୍କ ମୃତଦେହ ଉଦ୍ଧାର କଲା ପୋଲିସ

ନିରାକାରପୁର,୯ା୬(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ପଞ୍ଚାୟତ କାମନାସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ଯୁବକଙ୍କ ନାମ କାଳୁ ସାହୁ(୩୫)। ସେ ବିବାହିତ ଏବଂ ତାଙ୍କର ଦୁଇଟି ପିଲା ଅଛନ୍ତି। ତେବେ ମୃତ୍ୟୁକୁ ନେଇ ନାନା ଆଲୋଚନା ଶୁଣିବାକୁ ମିଳୁଛି। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି। ଏନେଇ ଅଧିକ ତଦନ୍ତ ଜାରି ରହିଛି।

Share