ବଅଁରପାଳ,୪।୬(ଡି.ଏନ୍.ଏ): ଅନୁଗୋଳ ଜିଲା ବଅଁରପାଳ ଥାନା ବଉଳିଗଡ଼ ଗ୍ରାମର ଜଣେ ଜୁବତୀଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ରିଙ୍କିନା ଦଣ୍ଡିଆ(୨୩)। ସୋମବାର ରାତିରେ କୌଣସି କାରଣରୁ ତାଙ୍କ ଦେହ ଅସୁସ୍ଥ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ପାରିବାରିକ ଅଶାନ୍ତିରୁ ସେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।