Advertisement

ଯେଉଁଠି ଜନ୍ମ ନିଅନ୍ତି କେବଳ ଯାଆଁଳା ସନ୍ତାନ

ଯାଆଁଳା ପିଲାଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କେରଳର ମଲ୍ଲମପୁର ଜିଲା କୋଡିନ୍ନା ଗାଁ ସବୁଠାରୁ ନିଆରା। ଏଠାରେ ଅଧିକାଂଶ ମାଆଙ୍କର ଜମଜ ସନ୍ତାନ ଜନ୍ମ ନେଇଥାଆନ୍ତି। ଏବେ ଏଠାରେ ପ୍ରାୟ ୩୫୦ ଯାଆଁଳା ସନ୍ତାନ ରହିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ନବଜାତ ଶିଶୁଙ୍କଠାରୁ ଆରମ୍ଭ କରି ୬୫ ବର୍ଷୀୟ ବୃଦ୍ଧ ପର୍ଯ୍ୟନ୍ତ। ଏକ ଗବେଷଣାରୁ ଜଣାଯାଏ ଯେ ପ୍ରତି ୧ ହଜାର ଶିଶୁଙ୍କ ମଧ୍ୟରେ ୪ ଯାଆଁଳା ସନ୍ତାନ ଜନ୍ମ ନିଅନ୍ତି। ହେଲେ କେରଳର କୋଡିନ୍ନା ଗାଁ ଏହାର ଏକ ବ୍ୟତିକ୍ରମ। ଏଠାରେ ପ୍ରତି ୧ ହଜାରରେ ୪୫ ଯାଆଁଳା ସନ୍ତାନ ଜନ୍ମ ନେଉଛନ୍ତି। ତେବେ ଯାଆଁଳା ସନ୍ତାନ ଜନ୍ମ କରିବାରେ ଏହି ଗାଁ ବିଶ୍ୱରେ ଦ୍ୱିତୀୟ। ଏହା ଏକ ମୁସଲମାନ ବହୁଳ ଗାଁ ହୋଇଥିବା ବେଳେ ଏହାର ଜନସଂଖ୍ୟା ପାଖାପାଖି ୨ହଜାର। ତେଣୁ ସ୍କୁଲ, କଲେଜ, ବ୍ୟବସାୟ ସ୍ଥଳ ସବୁଠି ଦେଖିବାକୁ ମିଳେ ଏମିତି କେତେଜଣ ଯାଆଁଳା ବ୍ୟକ୍ତିଙ୍କୁ। ଏକ ରିପୋର୍ଟ ଅନୁଯାୟୀ, ୨୦୦୮ରେ ଏଠାରେ ଜନ୍ମ ନେଇଥିବା ୩ଶହ ପିଲାଙ୍କ ମଧ୍ୟରେ ୧୫ ଯୋଡା ଥିଲେ ଯାଆଁଳା। ଯାହା ଏକ ବର୍ଷରେ ଜନ୍ମ ନେଇଥିବା ଯାଆଁଳା ଶିଶୁଙ୍କ ମଧ୍ୟରେ ସର୍ବାଧିକ ବୋଲି କୁହାଯାଏ। ତେବେ ଗତ କିଛି ବର୍ଷ ହେବ ଏହି ଗାଁରେ ୨ ଯାଆଁଳା ସନ୍ତାନଙ୍କ ବଦଳରେ ଅନେକ ସ୍ଥଳେ ଏକକାଳୀନ ୩ ସନ୍ତାନ ଜନ୍ମ ନେଉଥିବା କୁହାଯାଏ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share